ବ୍ରହ୍ମପୁର: ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପାଦଦେଶର ସମୁଦ୍ର ବେଳାଭୂମିରେ ସ୍ନାନ ବେଳେ ୩ଜଣ ଛାତ୍ର ସୋମବାର ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୨ଜଣଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ହେଲେ ହୁମ୍ମା ଚନ୍ଦ୍ରଶେଖର ସାହିର ରବୀନ୍ଦ୍ର ସ୍ୱାଇଁଙ୍କ ପୁଅ ଗାୟତ୍ରୀ ଶ୍ରୀ ଜଗନ୍ନାଥ (୧୫) l ମିଳିଥିବା ସୂଚନା ମୁତାବକ ସୋମବାର ଅପରାହ୍ନରେ ଜଗନ୍ନାଥ ଓ ତାଙ୍କର କେତେକ ସାଙ୍ଗ ବଟେଶ୍ୱର ମହାଦେବ ପୀଠ ସନ୍ନିକଟ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ। ସ୍ନାନ ବେଳେ ତିନିଜଣ ଛାତ୍ର ଉଚ୍ଚ ଜୁଆରରେ ଗଭୀର ଜଳରାଶି ଭିତରକୁ ଚାଲି ଯାଇଥିଲେ। ସ୍ଥାନୀୟ ଲୋେକ କଷ୍ଟ ସ୍ବୀକାର କରି ତିନିଜଣଙ୍କୁ ଉଦ୍ଧାର କରିଥିଲେ l ହେଲେ ସେତେବେଳକୁ ଜଗନ୍ନାଥ ସଂଜ୍ଞାହୀନ ହୋଇଯାଇଥିଲେ l ଜଗନ୍ନାଥଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା l ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ l ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପରିବାର ଲୋକେ ପହଞ୍ଚିବା ପରେ ଅଭାବନୀୟ ସ୍ଥିତି ଉପୁଜିଥିଲା। ମୃତ ପୁଅର ଚକ୍ଷୁଦାନ କରିବାକୁ ବାପା ରବୀନ୍ଦ୍ର ସ୍ୱାଇଁ ଘୋଷଣା କରିଛନ୍ତି l ମୃତ ଛାତ୍ର ଜଣକ ହୁମ୍ମା ବୀରଭଦ୍ର ହାଇସ୍କୁଲର ଦଶମ ଶ୍ରେଣୀରେ ପଢୁଥିଲେ।
BREAKING NEWS
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?

Comments are closed.