Latest Odisha News

BREAKING NEWS

୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିବ ।

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗିରକୁ ଆଲର୍ଟ କରାଯାଇଛି । ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତାକାଲି ୧୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଆଲର୍ଟ ରହିଥିବା ବେଳେ ୧୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୨୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ ଏବଂ ୨୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ୨୦ରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କନ୍ଧମାଳ ଓ କେନ୍ଦ୍ରାପଡ଼଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି ।

୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, କଟକ, ଢେଙ୍କାନାଳ, ପୁରୀ, ଅନୁଗୁଳ, ଯାଜପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.