Latest Odisha News

BREAKING NEWS

ସେନା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ରବିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଏନେଇ ନ୍ୟୁଜ ଏଜେନ୍ସି ଏଏନଆଇ ରିପୋର୍ଟରୁ ଜଣାପଡିଛି ।

ସୂଚନା ଅନୁଯାୟୀ ଏହି ଜିଲ୍ଲାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ଜାମ୍ମୁ-କାଶ୍ମୀର ପୋଲିସ ଓ ସେଣ୍ଟ୍ରାଲ୍ ରିଜର୍ଭ ଫୋର୍ସ (ସିଆରପିଏଫ୍‌)ର ମିଳିତ ଉଦ୍ୟମରେ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ଏହି ସର୍ଚ୍ଚ ଅପରେସନ ଲଖିରପୁର ଅଞ୍ଚଳରେ ହେଉଥିଲା ବେଳେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି । ତା’ଠାରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

ତେବେ ନିହତ ଆତଙ୍କବାଦୀଙ୍କ ପରିଚୟ ସ୍ପଷ୍ଟ ହୋଇନଥିବା ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.