Latest Odisha News

BREAKING NEWS

ମାର୍ଚ୍ଚ ୧ରୁ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍‌ ପଢ଼ାପଠା

ଭୁବନେଶ୍ୱର: ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସବୁ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ।

କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଯୁକ୍ତ ତିନି ପ୍ରଥମ ବର୍ଷର ପିଲାଙ୍କ ପାଠପଢ଼ା ଅଫ୍‌ଲାଇନ୍‌ରେ ହୋଇପାରୁନାହିଁ । ଶୀଘ୍ର କ୍ଲାସ୍ ନହେଲେ ଛାତ୍ରଛାତ୍ରୀ ଅସୁବିଧାର ସମ୍ମୁଖୀନ ହେବା ଆଶଙ୍କା ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ୩ ପ୍ରଥମ ଶ୍ରେଣୀର ପାଠପଢ଼ା ମାର୍ଚ୍ଚ ପହିଲାରୁ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟରେ ସ୍ନାତକ ଓ ସ୍ନାତକୋତ୍ତର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଜାନୁଆରୀ ୧୧ ତାରିଖଠାରୁ ଅଫ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହୋଇଯାଇଛି । ଫେବ୍ରୁଆରୀ ୧୦ ତାରିଖରୁ ସ୍ନା‌ତକୋତ୍ତର ପ୍ରଥମ ବର୍ଷ ଓ ତୃତୀୟ ବର୍ଷ ସ୍ନାତକ ପାଠ୍ୟକ୍ରମର ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ସହ ୪ ବର୍ଷୀୟ ସ୍ନା‌ତକ ପାଠ୍ୟକ୍ରମର ତୃତୀୟ ବର୍ଷର ପିଲାଙ୍କ ପାଠପଢ଼ା ଅଫ୍‌ଲାଇନ୍‌ ମାଧ୍ୟମରେ ଆରମ୍ଭ ହୋଇଯାଇଛି

Leave A Reply

Your email address will not be published.