ଭୁବନେଶ୍ୱର: ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜୁଲାଇ ୧୩ରୁ ଆରମ୍ଭ ହେବ ଅନଲାଇନ୍ କ୍ଲାସ୍। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ୟୁନିଭର୍ସିଟିର କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଅଗଷ୍ଟ ୩୧ ତାରିଖ ସୁଦ୍ଧା ଶେଷ ବର୍ଷ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶ କରିବା ସହ ୫୦ ପ୍ରତିଶତ କର୍ମଚାରୀରେ ଶିକ୍ଷାନୁଷ୍ଠାନ ଚଳାଇବାକୁ ଚିଠି ଲେଖିଛନ୍ତି କହିଛନ୍ତି ଉଚ୍ଚ ଶିକ୍ଷା ସଚିବ। ଏହାଛଡ଼ା ଏହି ସମୟ ମଧ୍ୟରେ କ୍ଲାସ୍ ରୁମ ପାଠପଢା ପାଇଁ ଅନୁମତି ଦିଆଯାଇନାହିଁ। କରୋନା ଭାଇରସ ମହାମାରୀକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି । ଏହି ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତ ଶିକ୍ଷାନୁଷ୍ଠାନରେ ହେଲ୍ପଲାଇନ୍ ବ୍ୟବସ୍ଥା କରାଯିବ । ପିଲାମାନେ ଲାଇବ୍ରେରୀରୁ ଯେପରି ବହି ନେଇ ପଢ଼ି ପାରିବେ ସେ ବ୍ୟବସ୍ଥା କରିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠିରେ ଉଲ୍ଲେଖ ଅଛି।
Comments are closed.