ଭୁବନେଶ୍ୱର: ଅନ୍ଲାଇନ୍ରେ ପାଠ ପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ।ବିଭିନ୍ନ ବିଷୟର ବିଭିନ୍ନ ଗ୍ରୁପ ତିଆରି ହେବ। ଏହା ମାଧ୍ୟମରେ ହେବ ଅନ୍ଲାଇନ୍ କ୍ଲାସ। ଏନେଇ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ। କରୋନା ମହାମାରୀ ଲାଗି କଲେଜ ଖୋଲି ଶିକ୍ଷାଦାନ କରିବା ଅସମ୍ଭବ ହେଉଥିବାରୁ ଏହି ବିକଳ୍ପ ବ୍ୟବସ୍ଥା ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଯାଇପାରିବ ବୋଲି ନିର୍ଦ୍ଦେଶାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ହ୍ୱାଟ୍ସଆପ୍ ଗ୍ରୁପରେ ନିଜ ନିଜ ବିଷୟରେ ଇଣ୍ଟରନେଟ୍ ଲିଙ୍କ ଯୋଗାଇଦେବେ ଅଧ୍ୟାପକ। ଏହାସହବପ୍ରତି ୧୫ ଦିନରେ ଥରେ ଅନ୍ଲାଇନ ଡାଉଟ୍ କ୍ଲିଅରିଂ କ୍ଲାସ୍ ନେବେ ଅଧ୍ୟାପକ। ଅନ୍ଲାଇନ କ୍ଲାସ୍ ସଠିକ୍ ଭାବେ ଚାଲିଛି କି ନାହିଁ ସେନେଇ କଲେଜ ଅଧ୍ୟକ୍ଷମାନେ ପ୍ରତି ମାସରେ ନିର୍ଦ୍ଦେଶାଳୟକୁ ରିପୋର୍ଟ ଦେବା ନେଇ ନିଷ୍ପତ୍ତି ହୋଇଛି।
BREAKING NEWS
- ହାଇଦ୍ରାବାଦକୁ ଫେରିଲେ ଟି.ନଟରାଜନ, ଦିଲ୍ଲୀ କ୍ୟାପିଟାଲ୍ସକୁ ଗଲେ ଯୁବ ସ୍ପିନର୍ ଜୀଶାନ
- ଲକ୍ଷ୍ନୌରେ କାଫେ ମାଲିକ ମୃତ୍ୟୁ ମାମଲା, ଇନଫ୍ଲୁଏନ୍ସର ଶ୍ରଦ୍ଧା ଦୁବେଙ୍କୁ ଖୋଜୁଛି ପୋଲିସ
- ନ୍ୟୁଜିଲାଣ୍ଡ ଗସ୍ତ: ତିନି ପ୍ରମୁଖ ଖେଳାଳିଙ୍କ ଫିଟନେସ୍ ପାଇଁ ଅଟକିଲା ଟେଷ୍ଟ ଓ ଦିନିକିଆ ଦଳ ଚୟନ
- ୯ ଜିଲ୍ଲାରେ ଝଡବର୍ଷା ସମ୍ଭାବନା, ୟେଲୋ ଆଲର୍ଟ ଜାରି…
- ରେଳ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ସରକାର, ମିଳିବ ୭୮ ଦିନର ବୋନସ
- ଓଡିଶା ଟେନିସ୍ ଆସୋସିଆନ ଆୟୋଜିତ ଟୁର୍ଣ୍ଣାମେଂଟ ଉଦଯାପିତ
- Hero Asian Champions Trophy: ପଂଜାବର ହକି ଐତିହ୍ୟ ପ୍ରଦର୍ଶନର ସ୍ୱତନ୍ତ୍ର ଅବସର
- ଯାଜପୁରରେ ୪୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ, ସୃଷ୍ଟି ହେବ ୪୨୫୦୦ ନିଯୁକ୍ତି ସୁଯୋଗ…
- India’s Data Security: ଭାରତର ଡିଫେନ୍ସ ଡାଟା ଚୋରି କରିପାରିବେନି ଶତ୍ରୁ! ଚାନ୍ଦିପୁରରେ DRDOର କ୍ୱାଣ୍ଟମ୍ କବଚ ପରୀକ୍ଷା ସଫଳ
- କିମ୍ସରେ ସଫଳ କର୍ନିଆ ପ୍ରତିରୋପଣ

Comments are closed.