Latest Odisha News

BREAKING NEWS

ସେପ୍ଟେମ୍ବର ୨୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଅନଲାଇନ୍‌ରେ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବେନଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ସାଟିର୍ଫେିକଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଅନଲାଇନ ଜରିଆରେ ଏହି ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ସେପ୍ଟେମ୍ବର ୨୬ ତାରିଖ ଦିନ ୧୧ଟାରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦ ତାରିଖ ରାତି ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ।

ଏହି ନିର୍ଦ୍ଧାରିତ ସମୟ ଭିତରେ ପ୍ରାର୍ଥୀମାନେ ସମସ୍ତ ପ୍ରମାଣପତ୍ର ଦାଖଲ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ କୁହାଯାଇଛି । “ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗରେ ଅନଲାଇନ ପ୍ରବେଶିକା ପରୀକ୍ଷା ଦେଇ ପରବର୍ତ୍ତି ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀ ଏବଂ “ସ୍କୁଲ ଅଫ୍ ସଭିର୍ସେସ୍‌’ ବିଭାଗରେ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀ ଏହି ନିର୍ଦ୍ଧାରିତ ସମୟ ଭିତରେ ଅନଲାଇନରେ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରିପାରିବେ । ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟେର www.worldskillcenter.org ଦିଆଯାଇଥିବା ଲିଙ୍କରେ କ୍ଲିକ୍ କରି ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରିପାରିିବେ ।

ପ୍ରାର୍ଥୀମାନେ ନିଜ ନିଜର ଆଧାରକାର୍ଡ ଏବଂ ପାସପୋର୍ଟ ଫଟୋ ସହିତ ମାଟ୍ରିକ, ଆଇଟିଆଇ କିମ୍ବା ଡିପ୍ଲୋମା ଏବଂ ଯୁକ୍ତ ଦୁଇ କିମ୍ବା ଡିପ୍ଲୋମା ସାଟିର୍ଫିକେଟ ଦାଖଲ କରିପାରିବେ । ସେହିପରି ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀ ଜାତିଗତ ପ୍ରମାଣପତ୍ର ଦେବେ । ସ୍କୁଲ୍ ଅଫ୍ ସର୍ଭିସେସ୍ ବିଭାଗ ଲାଗି ପ୍ରାର୍ଥୀମାନେ ମେଡିକାଲ ସାଟିିଫିକେଟ ଦାଖଲ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯିବ । ତା’ ଭିତରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗରେ ମେକାଟ୍ରୋନିକ୍ସ, ମେକାନିକାଲ ଆଣ୍ଡ େଇଲକ୍ଟ୍ରିକାଲ ସର୍ଭିସେସ୍‌, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜେରସନ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଏବଂ ଭଟିର୍କାଲ ଟ୍ରାନ୍‌ସପୋଟର୍ସନ ଭଳି ୫ଟି ବିଷୟ ରହିଛି । ସେହିପରି ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ଏବଂ ହେୟାର ଫ୍ୟାସନ ଆଣ୍ଡ ଡିଜାଇନ ଭଳି ୨ଟି ବିଷୟ ରହିଛି ।

Comments are closed.