Latest Odisha News

ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ।

ଖବରପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଅନ୍ୟପଟେ, ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆଜି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.