Latest Odisha News

BREAKING NEWS

କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ନୂଆପଡ଼଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୪ ତାରିଖରେ କାଳବୈଶାଖୀ ନେଇ କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୬ ଓ ୨୭ ତାରିଖରେ କାଳବୈଶାଖୀ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ଧିରେ ଧିରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.