Latest Odisha News

BREAKING NEWS

ଆଉ ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, ମୌସୁମୀ ଅଗ୍ରସର ପାଇଁ ଅନୁକୂଳ ହେଉଛି ପାଗ…

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ଅନୁକୂଳ ହେବ ପାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୮ରୁ ୨୧ ଜୁନ ମଧ୍ୟରେ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଭାରତର ରାଜ୍ୟ ଗୁଡିକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଆଗାମୀ ୪ରୁ ୫ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ତାପମାତ୍ରା କମିବା ସହ ଗ୍ରୀଷ୍ମ-ପ୍ରବାହ ଏବଂ ଗୁଳୁଗୁଳିର ପ୍ରକୋପ କମିବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗାମୀ ୨୪ ଘଣ୍ଟାରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡ଼଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ ମୟୂରଭଞ୍ଜ, ସୁନ୍ଦରଗଡ଼଼ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ରାତି ତାପମାତ୍ରା ଉଷ୍ମ ରହିବା ନେଇ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ ।

୧୫ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛିଷ ସେହିଭଳି ରାତି ତାପମାତ୍ରା ଉଷ୍ମ ରହିବା ନେଇ ପାଣିପାଗ ବିଭାଗ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ଆଲର୍ଟ ଜାରି କରିଛି ।

୧୬ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ନୂଆପଡ଼ା, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୧୭ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ଅନୁଗୁଳ, ମୟୂରଭଞ୍ଜ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୧୮ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଭଦ୍ରକ, ବାଲେଶ୍ୱ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢେଙ୍କନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.