Latest Odisha News

BREAKING NEWS

ଆଗାମୀ ୩ ଘଣ୍ଟା ଯାଏଁ ଏସବୁ ଜିଲ୍ଲାରେ ବର୍ଷିବ, ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏସବୁ ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ସୋନପୁର, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି। ଆଗାମୀ ୩ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷା ବଜ୍ରପାତ ସହ ପବନର ବେଗ ୩୦-୪୦ କିମି. ରହିବ ବୋଲି ଜଣାପଡିଛି।

ଏଠିକାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Comments are closed.