Latest Odisha News

BREAKING NEWS

ପ୍ରବଳ ବର୍ଷିବ: ୩ ଘଣ୍ଟା ପାଇଁ ଭୁବନେଶ୍ବରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପାଇଁ ରାଜଧାନୀକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ । ଏଥିସହିତ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ସତର୍କ ଜାରି କରିଛି ବିଭାଗ ।

ସେପଟେ ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଆଡକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ ।

ଏଥିସହିତ ଆଜି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲା ଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.