Latest Odisha News

BREAKING NEWS

୩ ଘଣ୍ଟା ପାଇଁ ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: କାଳବୈଶାଖୀ ଓ କୁଆପଥର ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

BjdElectrycity

ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ଆଶଙ୍କା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏ ଘଡ଼ଘଡ଼ି ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁ଼ଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୭ ତାରିଖରେ ସାରା ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼଼ ପବନ ହୋଇପାରେ ।

୮ ତାରିଖରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.