Latest Odisha News

ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ ଜିଲ୍ଲାରେ ଜାରି ରହିଛି ବର୍ଷା। ବିଜୁଳି ସହ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଝଡ଼ବର୍ଷା ଓ କୁଆପଥର ମାଡ଼ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସେହିପରି ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁରକୁ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତିକୁ ୟେଲୋ ଆଲର୍ଟ ଜାରି ହୋଇଛି।

Comments are closed.