ଭୁବନେଶ୍ବର: ରାଜ୍ୟରେ ୭ ତାରିଖ ଯାଏଁ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
୨ ତାରିଖରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଯାହାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୩ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ କୁଆପଥର ମାଡ ହେବ । ପବନର ବେଗ ବଢ଼ି ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗ ରହିବ। ଏହାକୁ ନେଇ ନେଇ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ମିଳିଛି ।
୪ ତାରିଖରେ ମଧ୍ୟ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୋଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଲୋକମାନଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସହ ପବନ ଘଣ୍ଟାପ୍ରତି ବେଗ ୫୦ରୁ ୬୦କମି ରହିବ ।
ସେପେଟ ୫ ତାରିଖରୁ ୭ ତାରିଖ ଯାଏଁ ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ବର୍ଷା ସମୟରେ ଗଛ ଭାଙ୍ଗିବା ସହ ଫସଲ ମଧ୍ୟ କ୍ଷତିଗ୍ରସ୍ତ ହୋଇପାରେ । ପ୍ରବଳ ବର୍ଷା ଓ ପବନ ପ୍ରେ ଛପର ଘର ଓ ମାଟି କାନ୍ଥ ଭାଙ୍ଗିବାର ସମ୍ଭାବନା ରହିଛି । ସେହପିରି ବର୍ଷା ସମୟରେ ଲୋକମାନେ ଘରୁ ନବାହାରିବା ଓ ଯାତ୍ରା ନକରିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏହାସହ ଗୃହପାଳିତ ପଶୁମାନଙ୍କୁ ଗଛ ତଳେ ନରଖି ଏକ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ କୁହାଯାଇଛି ।
Comments are closed.