Latest Odisha News

BREAKING NEWS

ଟ୍ବିନସିଟି ସହ ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାର ଟ୍ବିନସିଟି ଭୁବନେଶ୍ୱର ଏବଂ କଟକ ସମେତ ପାଞ୍ଚଟି ଜିଲ୍ଲା ପାଇଁ ଏକ ଅରେଞ୍ଜ ଆଲର୍ଟ ଜାରି କରିଛି।

କଟକ, ଗଞ୍ଜାମ, ଯାଜପୁର, କନ୍ଧମାଳ ଏବଂ ଖୋର୍ଦ୍ଧା (ଭୁବନେଶ୍ୱର) ଜିଲ୍ଲାର କିଛି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ଝଡ଼ବର୍ଷା ସହିତ ବଜ୍ରପାତ ଏବଂ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିରେ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷା ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କତା ଜାରି କରିଛି ଆଇଏମଡି।

ସେହିପରି ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

 

Comments are closed.