Latest Odisha News

BREAKING NEWS

ଆହୁରି ବଢ଼ିବ ଶୀତ, ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଆଗାମୀ ଦୁଇ ତିନ ଦିନ ଯାଏଁ ରାଜ୍ୟରେ ଶୀତର ଲହରି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତଭାବେ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଆଗାମୀ ୩ ଦିନ ଯାଏଁ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଂଶରେ ଅଧିକ ଥଣ୍ଡା ଅନୁଭୂତ ହେବାର ସମ୍ଭାବନା ରହିଛି ।

ଆଗାମୀ ୫ଦିନ ଯାଏଁ ରାଜ୍ୟରେ ଶୁଖିଲା ପାଗ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଆସନ୍ତା ୩ ଦିନ ମଧ୍ୟରେ ସର୍ବନିମ୍ନ ରାତି ତାପମାତ୍ରା ବିଶେଷ ପରିବର୍ତ୍ତନ ହେବନାହିଁ । ପରେ ଧୀରେ ଧୀରେ ୨ରୁ ୩ ଡ଼ିଗ୍ରୀ ସେଲିସିୟସ୍ ବୃଦ୍ଧି ପାଇବ । ଡ଼ିସେମ୍ବର ୨୨ ସକାଳ ୮ଟା ୩୦ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୁରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, କନ୍ଧମାଳ ଏବଂ ନବରଙ୍ଗପୁରରେ ପ୍ରବଳ ଶୀତକୁ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାକୁ ଦିନବେଳା ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।୨୩ ଡ଼ିସେମ୍ବର ସକାଳ ୮ଟା ୩୦ ପର୍ଯ୍ୟନ୍ତ ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ ଜିଲ୍ଲାରେ ଦିନବେଳା ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ଅନୁଭୂତ ହେବାର ସମ୍ଭାବନା ରହିଛି । ୨୪ତାରିଖ ସକାଳ ୮ଟା ୩୦ ଯାଏଁ କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Comments are closed.