Latest Odisha News

BREAKING NEWS

୧୩ ତାରିଖ ଯାଏ ହିଟୱେଭ୍ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି । ସନ୍ତୁଳି ହେଉଛି ଓଡ଼ିଶା । ଏଭଳି ସ୍ଥିତି ଆଉ ୩ ଦିନ ଲାଗି ରହିବ । ୩ ଦିନ ପରେ ତାପମାତ୍ରା ସାମାନ୍ୟ ଖସିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଯାଏ ଅଧିକ ରହିବ ।

ଆଜି ହିଟୱେଭ୍ ନେଇ ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କେନ୍ଦୁଜର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ସୁନ୍ଦରଗଡ଼, ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ହିଟୱେଭ୍ ନେଇ ୧୨ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ା ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୧୩ ତାରିଖରେ ଅସହ୍ୟ ଗରମ ନେଇ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.