Latest Odisha News

୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର : ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଦୁର୍ବଳ ହୋଇଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ବାୟୁ ପ୍ରବାହ ଯୋଗୁଁ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଉି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ରାଜ୍ୟର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ବେଳେ, ଜଗତସିଂହପୁର, କନ୍ଧମାଳ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଓ କଟକକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୩୦ ତାରିଖରେ ମଧ୍ୟ ୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

Leave A Reply

Your email address will not be published.