Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିଛି । ପଶ୍ଚିମ ଓଡ଼ିଶାର ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ଯାଏ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ପାରାଦୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ବ୍ୟାପିଛି, ପ୍ରଭାବରେ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିଛି ।

Leave A Reply

Your email address will not be published.