Latest Odisha News

BREAKING NEWS

ଆଗାମୀ ୪ ଦିନ ଯାଏଁ କାଳବୈଶାଖୀ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା । କାଳବୈଶାଖୀ ପ୍ରଭାବରେ ଆଜି ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସ ଏହି ସୂଚନା ଦେଇଛନ୍ତି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ତେବେ ୬ ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ । ଏହି ସବୁ ଜିଲ୍ଲାର କଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବହିପାରେ ପବନ । ସେହିପରି  ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳୁ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମେ’ ୧ ତାରିଖ ଯାଏଁ ରାଜ୍ୟରେ ଏହିଭଳି ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାରେ ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଆଜି ସକାଳେ ମେଘାଚ୍ଛନ୍ନ ଥିଲା । ଗତକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.