ଭୁବନେଶ୍ବର:ରାଜ୍ୟରେ ଆସନ୍ତା ୨୦ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡଘଡି ସହ ବର୍ଷାହେବାର ସମ୍ଭାବନା ରହିଛି । ଏହି ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଛି । ଆଜି ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
Comments are closed.