Latest Odisha News

BREAKING NEWS

ଅତିପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ଯାଏଁ ବର୍ଷା ଲାଗି ରହିବ । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହି ଜିଲ୍ଲା ଗୁଡିକ ହେଲା, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଆଦିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ପରିମାଣ ବଢିବା ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ କମିବା ସମ୍ଭାବନା ରହିଛି ।

ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟ ଅଛି , ଆଗକୁ ଅହୁରି ପ୍ରଭାବ ଦେଖିବାକୁ ମିଳିବ । ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ଯାହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ମୌସୁମୀ ଋତୁରେ ଯେତିକି ବର୍ଷା ହୁଏ ଚଳିତ ବର୍ଷ ଓଡିଶାରେ ତାଠୁ ଅଧିକ ବର୍ଷା ହେବ । ଅର୍ଥାତ୍ ସ୍ଵଳ୍ପ ବୃଷ୍ଟାପାତ ନୁହେଁ ସ୍ଵଭାବିକଠୁ ଅଧିକ ବର୍ଷ ହୋଇପାରେ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରରେ ଅଧିକ ବର୍ଷା ହୋଇପାରେ । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି ।

Comments are closed.