ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ। ଅସହ୍ୟ ତାତି ଓ ଗରମ ସାଙ୍ଗକୁ ଗୁଳୁଗୁଳି। ତାତିରୁ ନାହିଁ ନିସ୍ତାର, ଜଳୁଛି ପଶ୍ଚିମ ଓଡ଼ିଶା। ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ। ଆଜି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
ସେହି ଜିଲ୍ଲା ଗୁଡିକ ହେଉଛି ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ସୋନପୁର। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ହିଟୱେଭ ପାଇଁ ଅନୁଗୁଳ, ନୂଆପଡ଼ା ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଗରମ ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲା ଓ ଉଷ୍ମ ରାତି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୩ ଦିନରେ ଦିନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି। ତାତି ବଢୁଥିବାରୁ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସଆରସି।
Comments are closed.