ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । ୩ ରୁ ୫ ଡିଗ୍ରୀ ଖସିବ ଦିନର ତାପମାତ୍ରା। ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ। ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଆଜି ବିଜୁଳି, ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ। ସେହିପରି ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପକ୍ଷରୁ ଆଲର୍ଟ କରାଯାଇଛି। ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶଖୀ ବର୍ଷା ହୋଇଛି।
Comments are closed.