ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଜିଲ୍ଲା ।
ସେହିପରି କିଛି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡା ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ ଜିଲ୍ଲା । ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।
Comments are closed.