Latest Odisha News

BREAKING NEWS

କାଳବୈଶାଖୀ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୩ ଜିଲ୍ଲାରେ ଛେଚିବ କୁଆପଥର

ଭୁବନେଶ୍ୱର: ରାଜ୍ଯରେ ଆଉ ୩ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ ଯାଏ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି । ସେହିଭଳି ୧୮ ତାରିଖରେ କାଳବୈଶାଖୀ ବର୍ଷା ନେଇ କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ରାୟଗଡ଼ା, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

୨୦ ତାରିଖରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.