Latest Odisha News

BREAKING NEWS

ଲଘୁଚାପ ସକ୍ରିୟ, ଆଉ ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଉପରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ୨ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ୩ ତାରିଖରୁ ବର୍ଷାର ପରିମାଣ କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସମ୍ବଲପୁର, ବୌଦ୍ଧ, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି । ଆସନ୍ତାକାଲି ୩୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ସେହିଭଳି ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଅଗଷ୍ଟ ୧ ଓ ୨ ତାରିଖରେ ବର୍ଷାର ପରିମାଣ ବଢ଼ିବ । ୧ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

ସେହିଭଳି ୨ ତାରିଖରେ ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଆଲର୍ଟ ଦିଆ ଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୩ ତାରିଖରେ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

Leave A Reply

Your email address will not be published.