Latest Odisha News

BREAKING NEWS

ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏବେ ଲଘୁଚାପଟି ଦକ୍ଷିଣପଶ୍ଚିମ ଦିଗରେ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଆଜି ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

୫ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.