Latest Odisha News

BREAKING NEWS

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ ମାମଲା, ବଢିଲା ଅନ୍ତରୀଣ ସୁରକ୍ଷା

କଟକ: ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ ପ୍ରସଙ୍ଗ । ବଢିଲା ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା । ଅନ୍ତରୀଣ ସୁରକ୍ଷା ବଢାଇଛନ୍ତି ହାଇକୋର୍ଟ। ଆସନ୍ତା ମେ ୬ ତାରିଖରେ ହାଇକୋର୍ଟ ଶୁଣାଣି କରିବେ।

ସୂଚନାମୁତାବକ, ଟେଣ୍ଡର ଫିକ୍ସିଂ ମାମଲାରେ ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସବିଆଇର ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ମଧ୍ୟ ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା ।

ହେଲେ ଏହି ମାମଲାରେ ମୁହଁଖୋଲିଥିଲେ ବିଷ୍ଣୁପଦ । ଗଣମାଧ୍ୟମ ଆଗରେ ସବୁ ଅଭିଯୋଗକୁ ଖଣ୍ଡନ କରି ସେ କହିଥିଲେ ଯେ, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ କିରିଆସୁଛି । କେବେ କୌଣସି କାମରେ ଖିଲାପ କରିନାହିଁ କିମ୍ବା କାହାକୁ ଠକି ନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ମୋତେ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଛି ।

 

Comments are closed.