Latest Odisha News

BREAKING NEWS

OTET 2025 Exam: ଓଟିଇଟି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ହେଇଛି ଏହି ବ୍ୟବସ୍ଥା…ଡିସେମ୍ବର ୧୭ରେ ପରୀକ୍ଷା

କଟକ: ସାରା ରାଜ୍ୟରେ OTET ପରୀକ୍ଷା ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି।

ପେପର ୧ ରେ ୪୭ ହଜାର ୭୨୦ ଜଣ ଓ ପେପର ୨ ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି । ମୋଟ ୪୫୨ ଟି ପରୀକ୍ଷା କେନ୍ଦ୍ର କରାଯାଇଛି ।

ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନାନୁସାରେ, ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ।

Leave A Reply

Your email address will not be published.