Latest Odisha News

BREAKING NEWS

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରି ସିମୋର ରାସ୍ତାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଲା ବାଙ୍କୀରୁ ଭୁବନେଶ୍ୱର ଆସୁଥିବା ଘରୋଇ ବସ୍ । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ସୂଚନା ଅନୁସାରେ, ବାଙ୍କିରୁ ଭୁବନେଶ୍ୱର ଆସୁଥିବା ଲିଙ୍ଗରାଜ ନାମକ ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି ।

ଦୁର୍ଘଟଣା ବସରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ସ୍ଥାନୀୟ ଲୋକ ଏବଂ ଆମ୍ବୁଲାନ୍ସ ସମସ୍ତ ଆହତ ଯାତ୍ରୀଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଛନ୍ତି । ସମସ୍ତ ଯାତ୍ରୀ ବାଙ୍କୀ, ପୋଦଦିହାରୁ ଆସୁଥିଲେ । ୫ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ପଠାଯାଇଛି ।

 

Leave A Reply

Your email address will not be published.