Latest Odisha News

ବାଲେଶ୍ୱରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨୦ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ନୀଳଗିରିସ୍ଥିତ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ ରାସ୍ତା କଡରେ ଥିବା ଏକ ଗଛରେ ପିଟିହେବାରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ୫ ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ।

ପ୍ରାପ୍ତ ସୂଚନାନୁଯାୟୀ ‘ସାହୁ’ ନାମକ ଏକ ଘରୋଇ ବସ୍ ବାଲେଶ୍ୱରରୁ ମୟୂରଭଞ୍ଜର ଉଦଳା ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ବସର ଧକ୍କା ହୋଇଥିଲା । ଫଳରେ ଡ୍ରାଇଭର ଜଣକ ଭାରସାମ୍ୟ ହରାଇବାରୁ ବସଟି ରାସ୍ତାକଡରେ ଥିବା ଏକ ଗଛରେ ଯାଇ ପିଟି ହୋଇଥିଲା ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ନୀଳଗିରି ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.