Latest Odisha News

BREAKING NEWS

ରାୟଗଡ଼ା ଓ ଝାରସୁଗୁଡ଼ାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ; ବିକାଶମୂଳକ ପ୍ରକଳ୍ପ ପାଇଁ ୧୩୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ଼ା ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

BjdElectrycity

ଏଥିପାଇଁ ରାୟଗଡ଼ା ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ରାୟଗଡ଼ା, ଗୁଣୁପୁର ଓ ବିଷମକଟକ। ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ଝାରସୁଗୁଡା ଓ ବ୍ରଜରାଜ ନଗର। ଏଥିରେ ୫ଟି ବ୍ଲକ୍‌ର ୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ। ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ପାଇବେ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡ଼ିଶା ନବୀନ ଓଡ଼ିଶା।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ୱାର୍କ ହବ୍ (Works hub) ହେବ । ବ୍ୟାଙ୍କିଂ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ। ଏହା ଯୁବ ସମାଜ ପାଇଁ, ମା’ ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଅକ୍ଟୋବର ୧୦ ରେ ୩୩୯୭ କୋଟି ଟଙ୍କା ବଜେଟ୍ ବ୍ୟବସ୍ଥା ସହିତ ଏହି ଯୋଜନା ଆରମ୍ଭ କରାଯାଇଥିଲା। ରାଜ୍ୟର ୬୭୯୪ ଟି ପଞ୍ଚାୟତରେ ମୋଟ ୯୦,୭୨୩ ପ୍ରକଳ୍ପ କାର୍ଯ୍ୟକାରୀ ହେବ ଏବଂ ଏହି ଯୋଜନାର ଅଂଶ ଭାବରେ ପ୍ରତ୍ୟେକ ଗ୍ରାମ ପାଇବେ ୧୦ ଲକ୍ଷ ଟଙ୍କା।

Leave A Reply

Your email address will not be published.