ନୂଆଦିଲ୍ଲୀ: ଚାରିଆଡେ ସମସ୍ତଙ୍କୁ ଘାରିଛି କରୋନାର କୋକୁଆ ଭୟ । ଏଥିଲାଗି ସମ୍ମାନଜନକ ପଦ୍ମ ପୁରଷ୍କାର ସମାରୋହ ସ୍ଥଗିତ କରାଯାଇଛି । ଆସନ୍ତା ଏପ୍ରିଲ ୩ ତାରିଖରେ ରାଷ୍ଟ୍ରପତି ଭବନରେ ହେବାକୁଥିବା ଏହି ସମାରୋହକୁ ବାତିଲ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ପୁରସ୍କାର ସମାରୋହକୁ ଘୁଂଚାଇ ଦିଆଯାଇଥିବା ନେଇ ଗୃହ ବିଭାଗର ଉପସଚିବ ଦୀପକ କୁମାର ସୂଚନା ଦେଇଛନ୍ତି ।
ପଦ୍ମ ପୁରସ୍କାର ଦେଶର ସର୍ବୋଚ୍ଚ ବେସାମରିକ ପୁରସ୍କାର ମଧ୍ୟରୁ ଅନ୍ୟତମ । ଚଳିତ ବର୍ଷ ୧୪୧ ଜଣଙ୍କୁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଥିଲା । ଏମାନଙ୍କ ମଧ୍ୟରୁ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୬ ଜଣଙ୍କୁ ପଦ୍ମଭୂଷଣ ଓ ୧୧୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ଲାଗି ଚୟନ କରାଯାଇଥିଲା । ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ମନୋନୀତ ବ୍ୟକ୍ତିତ୍ୱଙ୍କୁ ପତ୍ର ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ଦେଶରେ କରୋନାର କାୟା ଧୀରେ ଧୀରେ ବିସ୍ତାର ହେବାରେ ଲାଗିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫ରେ ପହଂଚିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନଜରରେ ରଖି ପଦ୍ମ ପୁରସ୍କାର ସମାରୋହକୁ କେନ୍ଦ୍ର ସରକାର ବାତିଲ କରିଛନ୍ତି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.