ଭୁବନେଶ୍ୱର: ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏବେ ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ । ଚଳିତ ଜାନୁଆରୀ ମାସରୁ ହିଁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ୫୫ ଜଣ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଜୀବିତ ଅଛନ୍ତି । ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ ରାଜ୍ୟ ସରକାର । ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ ।