ନୂଆଦିଲ୍ଲୀ: ପଦ୍ମ ପୁରସ୍କାର ୨୦୨୦ ଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଥିଲେ।
ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା। କଙ୍ଗନା ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ କଙ୍ଗନା ଗ୍ରୀନ୍ ଓ ଗୋଲ୍ଡେନ୍ ରଙ୍ଗର ଶାଢୀ ପିନ୍ଧିଥିଲେ। କଙ୍ଗନା ସହିତ ତାଙ୍କ ଭଉଣୀ ରଙ୍ଗୋଲି ଚନ୍ଦେଲ ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ଥିଲେ।
ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଗାୟକ ଅଦନାନ୍ ସାମି ମଧ୍ୟ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ। ଏହି ବିଶେଷ ଉତ୍ସବ ପାଇଁ ଅଦନନ୍ ସାମି ଏକ କଳା ଶେରୱାନି ପିନ୍ଧିଥିଲେ।
Comments are closed.