Latest Odisha News

[ଭିଡ଼ିଓ] ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମ ବେଶ

ପୁରୀ: ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ  ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି ।

ପରମ୍ପରା ଅନୁଯାଇ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । ତାପର ଦିନ ଅର୍ଥାତ ଆସନ୍ତାକାଲି ଭକ୍ତମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ ।

ଆଜି ଶ୍ରୀଜୀଉଙ୍କର ଦୈନନ୍ଦିନ ନୀତି ହୋଇ ସନ୍ଧ୍ୟା ଧୂପ ସମାପନ ହେବାପରେ ବେଶ ମଇଲମ ହୋଇ ଚନ୍ଦନଲାଗି ହେବ । ଏହାପରେ ବଡଛତା ମଠ ଯୋଗାଇଥିବା ପଦ୍ମ ବେଶରେ ବଡ଼ସିଂହାର ବେଶ ଅନୁଷ୍ଟିତ ହେବ ଓ ମଠ ତରଫରୁ ଖିରୀ, ଅମାଲୁ ଭୋଗ କରାଯାଇ ଶ୍ରୀଜୀଉଙ୍କର ରାତ୍ର ପହୁଡ଼ ହେବ ।  ଏହି ବେଶ ପାଇଁ କାରିଗର ମାନେ ପୂର୍ବରୁ ପ୍ରସ୍ତୁତ କରି ରଖିଥିବା ବେଶ ସାମଗ୍ରୀ ଯୋଗାଇ ଦେଇଛନ୍ତି । ସତ୍ୟନାରାୟଣ

ଭୁବନେଶ୍ୱର ଜଣେ ଭକ୍ତ ମଧ୍ୟ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଆବଶ୍ୟକୀୟ ପଦ୍ମଫୁଲ ଶ୍ରୀମନ୍ଦିରକୁ ଯାଇ ଗାରଦରେ ଯୋଗାଇ ଦେଇଛନ୍ତି । ତେଵେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ଭକ୍ତଙ୍କ ମହଲରେ ବେଶ୍ ଉତ୍ସାହ ପରିଲକ୍ଷିତ ହୋଇଛି ।

 

Comments are closed, but trackbacks and pingbacks are open.