Latest Odisha News

BREAKING NEWS

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଛି । ମାସକ ତଳେ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଥିଲା ।

ଏବେ ପୁଣି ଅସୁସ୍ଥ ହେବାରୁ ରବିବାର ଦିନ ଜିଲ୍ଲା ମୁଖ୍ୟାଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ କମଳା ପୂଜାରୀ । ଗୁରୁତର ଭାବେ କିଡନୀ ରୋଗରେ ପୀଡ଼ିତ ଥିବାରୁ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିବା କହିଛନ୍ତି ଡାକ୍ତର ।

କମଳା ପୂଜାରୀ ଏବେ ଜର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଏସସିବି ଆଣି ଭର୍ତ୍ତି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କମଳା ପୂଜାରୀଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.