Latest Odisha News

ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ

ଭୁବନେଶ୍ୱର: ଆଉ ନାହାନ୍ତି ପଦ୍ମଶ୍ରୀ ପ୍ରଫେସର ରାଧାମୋହନ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ପରଲୋକ ନେଇ ଝିଅ ସାବରମତୀ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ତାଙ୍କର ଚିକିତ୍ସା ଚାଲିଥିଲା । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୨୦୨୦ ମସିହାରେ ରାଧାମୋହନ ଓ ତାଙ୍କ ଝିଅ ସାବରମତୀଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତ୍ତନ ଆଣିଥିଲେ ରାଧାମୋହନ । ପୂର୍ବରୁ ରାଜ୍ୟର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଛନ୍ତି । ସେହିପରି ଜଣେ ଶିକ୍ଷାବିତ୍, ସାମାଜିକ କର୍ମୀ ଓ ପରିବେଶବିତ୍ ଭାବରେ ଜଣାଶୁଣା ଥିଲେ । ପ୍ରଫେସର ରାଧାମୋହନଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।

Leave A Reply

Your email address will not be published.