Latest Odisha News

BREAKING NEWS

ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ତୁଳସୀ ମୁଣ୍ଡା

ଭୁବନେଶ୍ୱର: ଅସୁସ୍ଥ ହୋଇପଡିବାରୁ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଯୋଡା ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲ ଓ ପରେ ରାଜଧାନୀର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ମିଳିଥିବା ସୂଚନା ଅନୁଯୟୀ, ଗତକାଲି ସେ କେନ୍ଦୁଝରର ବଡବିଲକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ । ସେଠାରୁ ଆଶ୍ରମକୁ ଫେରିବା ପରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କ ସହେଯାଗୀମାନେ ପ୍ରଥମେ ଯୋଡା ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରକୁ ଅଣାଯାଇଛି ।

Leave A Reply

Your email address will not be published.