Latest Odisha News

BREAKING NEWS

ପଦ୍ମଶ୍ରୀ ନନ୍ଦ ସାରଙ୍କ ଅବସ୍ଥା ଗୁରୁତର, ଭୁବନେଶ୍ବର ସ୍ଥାନାନ୍ତର

ଯାଜପୁର : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାରଙ୍କ ଅବସ୍ଥା ଗୁରୁତର । କରୋନାରେ ଆକ୍ରାନ୍ତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । କୋଭିଡ୍‌ରେ ଆକ୍ରାନ୍ତ ହୋଇ ଯାଜପୁରର କଳିଙ୍ଗ ନଗର ଟାଟା ମେଡିକା କୋଭିଡ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ । କିନ୍ତୁ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ଆଜି ଭୁବନେଶ୍ବର ସମ୍ ହସପିଟାଲରେ ଭର୍ତ୍ତି କରାଯାଇଛି ।

ନଭେମ୍ବର ୨୯ ତାରିଖରେ ନନ୍ଦ ସାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଥିଲେ । ତା’ପରେ ସେହି ଦିନ ରାତିରେ ତାଙ୍କୁ ଟାଟା ମେଡିକା କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସା ଚାଲିଥିବା ବେଳେ ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା । ଖବର ପାଇ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୋଭିଡ ହସ୍ପିଟାଲରେ ପହଞ୍ଚି ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଦାରଖ କରିଥିଲେ । ପରେ ନନ୍ଦ ସାରଙ୍କୁ ଭୁବନେଶ୍ବର ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.