ବ୍ୟର୍ଥ ହେଲା ଅଭିଷେକଙ୍କ ଅର୍ଦ୍ଧଶତକ, ଅଷ୍ଟ୍ରେଲିଆର ସହଜ ବିଜୟ
ମେଲବୋର୍ଣ୍ଣ: ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆ ୪ ୱିକେଟରେ ଭାରତକୁ ପରାସ୍ତ କରିଛି । ଏଥିସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୧-୦ର ଅଗ୍ରଣୀ ହାସଲ କରିଛି । ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୧୮.୪ ଓଭରରେ ୧୨୫ ରନ…