Latest Odisha News

BREAKING NEWS

ପହଲଗାମ୍ ଆତଙ୍କୀ ହାମ୍‌ଲା: ମୃତ ଓଡ଼ିଆ ବ୍ୟକ୍ତିଙ୍କ ପରିବାରକୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଜମ୍ମୁ-କାଶ୍ମୀରେ ପହଲଗାମରେ ଭୟଙ୍କର ଆତଙ୍କୀ ଆକ୍ରମଣ ହୋଇଛି। ଦେଶକୁ ସ୍ତବ୍ଦ କରି ଦେଇଛି ଏହି ଆକ୍ରମଣ। ସେନା ପୋଷାକ ପିନ୍ଧି ଆଖିବୁଜା ଗୁଳିମାଡ କରିଥିଲେ ଆତଙ୍କବାଦୀ। ଏଥିରେ ୨୯ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଛି। ଏହି ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି। ତେବେ ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡିଆ ବ୍ୟକ୍ତି। ଏହି ଆକ୍ରମଣରେ ନିଧନ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥିଙ୍କ ପରିବାର ବର୍ଗଙ୍କ ସହ ସାକ୍ଷାତ କଲେ ସାଂସଦ ଅପରାଜିତା ଷଡଙ୍ଗୀ।

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପରିବାରକୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ । ମୃତ ଓଡ଼ିଆ ପ୍ରଶାନ୍ତ ଶତପଥିଙ୍କ ପତ୍ନୀ ପ୍ରିୟଦର୍ଶିନୀଙ୍କୁ ଭେଟି ସମବେଦନା ଜଣାଇଲେ। ସାସଂଦ ଆତଙ୍କବାଦୀ ଆକ୍ରମଣରେ ଅକାଳ ନିଧନ ହୋଇଥିବା ନାଗରିକ ମାନଙ୍କୁ ପୁଷ୍ପାଞ୍ଜଳି ପ୍ରଦାନ କଲେ। ଏନେଇ ସେ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସୂଚନା ଦେଇଛନ୍ତି। ଏଠାରେ ସେ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥିଙ୍କ ପରିବାର ବର୍ଗଙ୍କ ସହ ସାକ୍ଷାତ କରି ସମବେଦନା ଜ୍ଞାପନ କରିବା ସହ ଦୁଃଖରେ ସାମିଲ ହୋଇଛନ୍ତି। ମହାପ୍ରଭୁ ଜଗନ୍ନାଥ ଅମର ଆତ୍ମାକୁ ସଦଗତି କାମନା କହିଛନ୍ତି।

ସୂଚନା ଥାଉକି ପୁଲୱାମା ପରେ ଏହା ସବୁଠୁ ବଡ଼ ଧରଣର ହମଲା। ଏହି ଆକ୍ରମଣ ନେଇ ନିଜକୁ ଦାୟୀ କରିଛି ଏଲଇଟିର ଶାଖା ଟିଆର୍‌ଏଫ୍। ଆକ୍ରମଣ ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଗୃହମନ୍ତ୍ରୀ ଅମିତ୍ ଶାହ ଗ୍ରାଉଣ୍ଡରେ ସ୍ଥିତି ସମୀକ୍ଷା କରିଛନ୍ତି । ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେପଟେ ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା ହୋଇଛି।

Comments are closed.