Latest Odisha News

ଦୀର୍ଘଦିନର ଦାବି ପୂରଣ ହେଲା: ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ୱର: ବରଗଡ଼ ଜିଲା ପାଇକମାଳ ଗ୍ରାମବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି । ଏଠାରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉନ୍ନୀତ କରାଯାଇଛି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଥିବାରୁ ଗ୍ରାମବାସୀମାନେ ଏହାକୁ ସ୍ୱାଗତ କରିଛନ୍ତି ।

ଗତ ଉପନିର୍ବାଚନ ସମୟରେ ପାଇକମାଳ ଅଞ୍ଚଳର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେଠାରେ ଏକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବାକୁ ଦାବି କରିଥିଲେ । ଲୋକଙ୍କର ଦାବି ଥିଲା ଦୀର୍ଘଦିନ ଧରି ଏଠାରେ କାର୍ଯ୍ୟ କରୁଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଉନ୍ନିତ କରାଯାଉ । ଏହାକୁ ଏକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରାଯାଉ । ଯାହାଦ୍ୱାରା ଆଖପାଖ ଲୋକେ ଉପକୃତ ହୋଇପାରିବେ । ତେବେ ମୁଖ୍ୟମନ୍ତ୍ରୀ ଗ୍ରାମବାସୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ଏବେ ପୂରଣ କରିଛନ୍ତି । ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରାଯାଇଛି । ଏହାଦ୍ୱାରା ସ୍ଥାନୀୟ ଲୋକେ ଠିକ୍ ଭାବେ ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ଗ୍ରାମବାସୀ ଆଶା ରଖିଛନ୍ତି ।

Comments are closed.