ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଯୋଡ଼ା ଲଘୁଚାପ । ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାମୁତାବକ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର,ଝାରସୁଗୁଡା , ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କଟକ, ଦେବଗଡ଼, ନୟାଗଡ଼, ବୌଦ୍ଧ,ସୁବର୍ଣ୍ଣପୁର, ବଲାଙ୍ଗୀର,କନ୍ଧମାଳ, କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଏହି ଲଘୁଚାପକ୍ଷେତ୍ରଗୁଡ଼ିକ ଯୋଗୁଁ ଆଗାମୀ ୪-୫ ଦିନ ଯାଏଁ ଓଡ଼ିଶାର ଉତ୍ତର, ଉପକୂଳୀୟ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ଜାରି ରହିବ। ଜୁଲାଇ ୧୮ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Comments are closed.