Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ନୀତି । ଏନେଇ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦୈନଦିନ ଶ୍ରୀଜିଉମାନଙ୍କ ଠାରେ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କର ପଇତା ଲାଗି କରାଯାଇଥାଏ ।

BjdElectrycity

ଏହି ନୀତି ପାଇଁ ପାଟରା ସେବକ ମାନେ ତିନି ରଙ୍ଗର ବାସୁଙ୍ଗାପାଟ ରେ ପଇତା ବୋଳିଥାନ୍ତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ବାସୁଙ୍ଗାପାଟ ଯୋଗାଇ ଦିଆଯାଇଛି । ଏହି ପାଟ ପଇତା କୁ ପାଟରା ସେବକମାନେ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ । ଏହାପରେ ଶ୍ରୀଜିଉଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.