Latest Odisha News

BREAKING NEWS

ପାଲଲହଡା ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ପାଲଲହଡା ବିଧାୟକ ମୁକେଶ କୁମାର ପାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ “ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି । ମୋର କୌଣସି ଲକ୍ଷଣ ନାହିଁ । ଏବେ ମୁଁ ହୋମ୍ ଆଇସୋଲେସନରେ ରହିଛି । ନିକଟ ଅତୀତରେ ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ଯେତେ ଶୀଘ୍ର ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ” ବୋଲି ସେ ଅନୁରୋଧ ମଧ୍ୟ କରିଛନ୍ତି ।

ତେବେ ଏହା ପୂର୍ବରୁ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱରର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚାନ୍ଦବାଲି ବିଧାୟକ ବୌମକେଶ ରାୟ, ପୂର୍ବତନ ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ପଟାଙ୍ଗୀ ବିଧାୟକ ପ୍ରୀତମ ପାଢୀ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବରୀ ବିଧାୟକ ସୁନନ୍ଦ ଦାସ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଏବଂ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ସମେତ ଅନେକ ନେତା ଓ ମନ୍ତ୍ରୀ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।

Comments are closed.