Latest Odisha News

BREAKING NEWS

ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ, ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲା ପ୍ରସ୍ତୁତି । ଆସନ୍ତା ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ । ଏହାସହ ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ । ଆଉ ୩ ଦିନ ପରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଚଳିତ ପଞ୍ଚାୟତ ନିର୍ବାଚନରେ ୬ ହଜାର ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ଓ୍ବାର୍ଡ ମେମ୍ବର, ୮୫୩ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ଭୋଟ ଗ୍ରହଣ ହେବ । ରାଜ୍ୟ ନିର୍ବାଚନ କମିଶନ ଚଳିତ ବର୍ଷ ଓ୍ବାର୍ଡ ମେମ୍ବରଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ପରିଷଦ ସଦସ୍ୟଙ୍କ ପର୍ଯ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି । ସେହିପରି ଆସନ୍ତା ନିର୍ବାଚନରେ ଅଧାରୁ ଅଧିକ ସରପଞ୍ଚ ହେବେ ମହିଳା । ମୋଟ ଆସନ ମଧ୍ୟରୁ ୩ ହଜାର ୫ ଶହ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ, ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହଛି । ସେହିପରି ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩ହଜାର ୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଜିଲ୍ଲା ପରିଷଦରେ ୪୩୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି ।

Leave A Reply

Your email address will not be published.