Latest Odisha News

BREAKING NEWS

ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି । ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ଆଜି ସନ୍ଧ୍ୟା ୫ଟା ବେଳେ ଘରୁ ବାହାରି କୁଆଡେ ଯାଇଥିଲେ । ବାହାରକୁ ଯାଇ ସେ ଆଉ ଘରକୁ ଫେରି ନାହାନ୍ତି । ତାଙ୍କ ମୋବାଇଲ ମଧ୍ୟ ସ୍ୱିଚ ଅଫ ରହିଛି । ଏନେଇ ପରିବାର ଲୋକ ଓ ଗ୍ରାମବାସୀ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ ।

ତାଙ୍କ ସ୍ତ୍ରୀଙ୍କ କହିବା ଅନୁସାରେ ତାଙ୍କ ସ୍ୱାମୀ ସରପଞ୍ଚ ପ୍ରାର୍ଥୀ ହେବା ଦିନ ଠାରୁ ତାଙ୍କୁ ଧମକ ମିଳୁଥିଲା । ଏଣୁ ତାଙ୍କୁ ଅପହରଣ କରାଯାଇଛି ବୋଲି ତାଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇ ଛେଣ୍ଡିପଦା ପୁଲିସ ଘଟଣାର ତଦନ୍ତ କରୁଛି ।

Comments are closed, but trackbacks and pingbacks are open.